ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଭୁବନେଶ୍ବର : ଆଜି ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୩ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆଜି ନିର୍ବାଚନ ହେଉଛି । ୨୪୪ଟି ସମିତି ସମ୍ବେଦନଶୀଳ ଚିହ୍ନଟ ହୋଇଛି । ଏହି ବୁଥଗୁଡ଼ିକରେ ମାଜିଷ୍ଟ୍ରେଟ, ସଶସ୍ତ୍ର ପୁଲିସ ଫୋର୍ସ ମୁତୟନ ରହିବେ ।ସମ୍ବେଦନଶୀଳ ବୁଥଗୁଡିକରେ ସିସିଟିଭି ଲଗାଯାଇଛି । ଜିଲ୍ଲାପାଳ ଏବଂ ଏସପି ଆଇନଶୃଙ୍ଖଳା ପରିସ୍ଥିତି ତଦାରଖ କରିବେ । ନିର୍ବାଚନ ପରିଚାଳନା ପାଇଁ ୧୯ ଜଣ ଉପନିବନ୍ଧକ, ୫୮ ଜଣ ସହକାରୀ ନିବନ୍ଧକ ନିୟୋଜିତ ହୋଇଛନ୍ତି । ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ । ଆଜି ମୋଟ ୪ ଲକ୍ଷ ୫୩ ହଜାର ୬୧୦ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ । ଆସନ୍ତା ୨୬ ତାରିଖରେ ଦ୍ବିତୀୟ ପର୍ଯ୍ୟାୟର ଭୋଟ ଗ୍ରହଣ ହେବ ।

Comments are closed.