ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପତ୍ନୀ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟପାଳ ପ୍ରଫେସର ଗଣେଶାୀ ଲାଲ୍‌ଙ୍କ ପତ୍ନୀ ବିୟୋଗ ହୋଇଛି । ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଏକ ଘରୋଇ ହସପିଟାଲରେ ପରଲୋକ ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି ।

ନଭେମ୍ବର ୧ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ । ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେ ଜଣେ ଧର୍ମପରାୟଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତାରେ କହିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.