ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଛି। ଲଘୁଚାପ ପ୍ରଭାବରେ ଆଜି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣିଙ୍ଗ ଦିଆଯାଇଛି। ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର ଏବଂ ୭ ତାରିଖରେ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ଆଡ଼କୁ ଧୀରେଧୀରେ ବର୍ଷାର ପରିମାଣ ବଢ଼ିବ। ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

Comments are closed.