ଆସିଲା ରୁଚିକାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର – ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟକୁ ୪ ଦିନ ପୂରିଥିବା ବେଳେ ଆଜି ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ବେକରେ ଫାଶି ଦେବାରୁ ଶ୍ୱାସରୁଦ୍ଧ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଅଛି । ଏନେଇ କମିଶନରେଟ୍ ପୋଲିସ ସୂଚନା ଦେଇଛି। ଏଥିସହ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ ପଠାଯାଇଛି ବୋଲି ପୋଲିସ ଅଧିକାରୀ କହିଛନ୍ତି।

ତେବେ ବ୍ୟବଚ୍ଛେଦ ରିପୋର୍ଟକୁ ଗ୍ରହଣ କରିବାକୁ ରାଜି ନୁହନ୍ତି ପରିବାର ଲୋକେ। ଶ୍ୱାସରୁଦ୍ଧ ଯୋଗୁ ଝିଅର ମୃତ୍ୟ ହୋଇଥିବା ଘଟଣାକୁ ପରିବାର ଲୋକେ ଅସ୍ୱୀକାର କରିଛନ୍ତି। ଝିଅକୁ ମାରି ଦିଆଯାଇଥିବା କହିଛନ୍ତି ରୁଚିକାଙ୍କ ବାପା ।

କଟକ ଜିଲ୍ଲା ଚୌଦ୍ୱାର କଖଡ଼ି ଗାଁର ରୁଚିକା ମହାନ୍ତି ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଇତିହାସ ଅନର୍ସ ଛାତ୍ରୀ ଥିଲେ। ରୁଚିକା କାରୁବାକୀ ଛାତ୍ରୀ ନିବାସର ତୃତୀୟ ମହଲାର ରୁମ୍‌ ନମ୍ୱର ନଂ ୨୦୧ରେ ରହୁଥିଲେ। ଗତ ୨ ତାରିଖ ପୂର୍ବାହ୍ନରେ ରଶି ଲଗାଇ ସେ ଆତ୍ମହତ୍ୟା କରିଥିଲେ। ୩ ସିନିୟରଙ୍କ ରାଗିଂ ଯୋଗୁ ଆତ୍ମହତ୍ୟା କରିଥିବା ସୁଇସାଇଡ୍‌ ନୋଟ୍‌ରେ ଲେଖିଥିଲେ ରୁଚିକା।

ତେବେ କମିଶନରେଟ୍‌ ପୁଲିସ ରୁଚିକାଙ୍କୁ ରାଗିଂ କରିଥିବା ୩ ସିନିୟର ଛାତ୍ରୀଙ୍କ ପରିଚୟ ଆଜି ସୁଦ୍ଧା ଜାଣିପାରି ନାହିଁ।

Comments are closed.