କାଳିଆର ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର-ଅସ୍ତ୍ରୋପଚାର ଦ୍ୱାରା ଅଲଗା କରାଯାଇଥିବା ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅସମୟରେ ଝଡିପଡିଥିବା କାଳିଆର ଅମର ଆତ୍ମାର ସଦଗତି ସହ କଠିନ ସମୟରେ ଜଗାର ଉତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.