ରାଜ୍ୟରେ ଦଶମ ପିଲାଙ୍କ ପାଠ୍ୟକ୍ରମରେ ସାମିଲ ହେଲା କରୋନା ବିଷୟବସ୍ତୁ

ଭୁବନେଶ୍ବର – ଦଶମ ପିଲାଏଁ ପଢ଼ିବେ କୋଭିଡ ପାଠ । ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି। ସେପଟେ ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି ।

Comments are closed.