ଆଜି ଅପରାହ୍ନରେ କୋରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଅପରାହ୍ନ ସାଢ଼େ ୫ଟା ବେଳେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗର ସଚିବ ଏବଂ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ରାଜ୍ୟରେ ଗତ କିଛି ଦିନ ମଧ୍ୟରେ ଦୈନିକ କୋରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ଶହରୁ ଅଧିକ ସ‍ଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରୋନା ବିପଦ ଟଳି ନାହିଁ । ତେଣୁ ସମସ୍ତେ ମାସ୍କ ପିନ୍ଧି ସତର୍କ ରହିବାକୁ ଗତକାଲି ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Comments are closed.