ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ନିର୍ବାଚନ ଜିତିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ମୁର୍ମୁ। ତାଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିଥିଲା ବିଜେଡି।

ଦ୍ରୈ।ପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚିତ ହେବା ଓଡ଼ିଶା ପାଇଁ ଗୌରବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶର ପ୍ରଥମ ନାଗରିକ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନ୍ୟଙ୍କ ପାଇଁ ପ୍ରେରଣାଦାୟୀ । ତାଙ୍କ ଯାତ୍ରା ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏକ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.