ଦିଲ୍ଲୀରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ – ଦିଲ୍ଲୀରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଷ୍ଟ୍ରପତି ନିର୍ବାଚିତ ହୋଇଥିବାରୁ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ବିଜୁ ଜନତା ଦଳର ସାଂସଦମାନେ ବି ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଓଡ଼ିଶାର ଝିଅ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବାରୁ ସେ ଖୁସି ଅଛନ୍ତି ବୋଲି ମୁର୍ମୁଙ୍କୁ ତାଙ୍କ ବାସଭବନରେ ଭେଟିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତାକାଲି ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଶପଥ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Comments are closed.