ନବି ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ଼ କଲେ ଓଡିଶା ସରକାର

ଭୁବନେଶ୍ୱର: କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ 61 ଲକ୍ଷ 5 ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି।

2021 ଏପ୍ରିଲ୍ 12 ତାରିଖ ଠାରୁ 2021 ନଭେମ୍ବର 27 ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ 8 ଟି ରୁମ୍ ଓ ଗୋଟିଏ dormitory ରେ ମହାନଗର ନିଗମର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ 7 ମାସରୁ ଅଧିକ ସମୟ ରହି Covid ଚିକିତ୍ସା କରୁଥିଲେ। ଓଡ଼ିଶା ସରକାର ବର୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି।

ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବୀ ମୁମ୍ୱାଇ ମହାନଗର ନିଗମର 2 କୋଟି 16 ହଜାର ଟଙ୍କା ଛାଡ କରାଯାଇଥିଲା।

Comments are closed.