ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ କମିଟି ଗଠନ କଲେ ବାଚସ୍ପତି

ଭୁବନେଶ୍ୱର – ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ବିଚାର ପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ କମିଟି ଗଠନ କରିଛନ୍ତି। ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଥିବାବେଳେ ଏଥିରେ କଂଗ୍ରେସ ଓ ବିଜେପିର ସଦସ୍ୟ ଅଛନ୍ତି। ଦରମା ଓ ଭତ୍ତା ବୃଦ୍ଧି ନେଇ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବ। ସୂଚନା ମୁତାବକ ଗତମାସ ୩୦ ତାରିଖରେ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ପ୍ରସଙ୍ଗ ଉଠାଇଥିଲେ ।

Comments are closed.