ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ୱର୍ଣ୍ଣ ବିଜୟୀ ଭାରତୀୟ ମହିଳା ଲନ ବାଉଲସ ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ଫୋର୍ ଲନ ବାଉଲସରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୭-୧୦ରେ ହରାଇ ଐତିହାସିକ ସଫଳତା ହାସଲ କରିଛି ଭାରତୀୟ ଦଳ । ଏହି ଉଲ୍ଲେଖନୀୟ ସଫଳତା ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସଫଳତା ଆଗାମୀ ଦିନରେ ଯୁବକ ଓ ଯୁବତୀଙ୍କୁ ଏହି କ୍ରୀଡାରେ ଉତ୍କର୍ଷତା ହାସଲ ପାଇଁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭାରତୀୟ ସ୍ୱର୍ଣ୍ଣ ବିଜୟିନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.