ଆସୁଛି ଆଉ ଏକ ଲଘୁଚାପ: ୧୮ରୁ ପୁଣି ବର୍ଷା

ଭୁବନେଶ୍ୱର- ଆସନ୍ତା ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଗୁରୁବାର ( ୧୮ ତାରିଖ)ରୁ ରାଜ୍ୟରେ ପୁଣି ଆରମ୍ଭ ହେବ ବର୍ଷା । ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ପୁରୀ, କନ୍ଧମାଳ, କଳାହାଣ୍ଡି, ଦେବଗଡ, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୯ ଓ ୨୦ ତାରିଖରେ ବର୍ଷାର ସର୍ବାଧିକ ପ୍ରଭାବ ରହିବ । ଗୋଟିଏ କି ଦୁଇଟି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ ।

୧୯ ତାରିଖରେ ୧୦ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଓ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଦୃଷ୍ଟିରୁ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ, ସନ୍ଦରଗଡ଼, ଝାରସୁଗୁଡା ଜିଲ୍ଳାରେ ଅତି ପ୍ରବଳ ବର୍ଷା ହୋଇପାରେ ।
୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ସେହିପରି କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଅନୁଗୁଳ, ଦେବଗଡ, କେନ୍ଦୁଝର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.