ଅବପାତ ଯୋଗୁଁ ଅତି ପ୍ରବଳ ବର୍ଷା ଆଶଙ୍କା: ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ଅବପାତ ଦୃଷ୍ଟିରୁ ସାରା ଓଡ଼ିଶାକୁ ଆଲର୍ଟ କରିଛି ପାଣିପାଗ ବିଭାଗ । ୪ଟି ଜିଲ୍ଲା – ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ୧୨ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୋଟାମୋଟି ଭାବେ ବର୍ଷାର ପ୍ରଭାବ ସାରା ରାଜ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।

ଏଣେ ରାଜ୍ୟର ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସାଢ଼େ ଗୋଟାଏ ବେଳେ ଗଣମାଧ୍ୟମକୁ ସୂଚନା ଦେବେ ।

Comments are closed.