ଚାରି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର -ଭୟଭୀତ ନହୋଇ ପ୍ରଶାସନର ନିର୍ଦ୍ଦେଶ ମାନିବା ସହ ପ୍ରଶାସନକୁ ସହଯୋଗ କରିବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ଭାବ୍ୟ ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାବାସୀଙ୍କୁ ଏହି ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ନିଜେ ସୁରକ୍ଷିତ ରହିବା ସହ ପରିବାର ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.