ରାଜ୍ୟରେ ୨୮୭ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ଦୈନିକ କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୮୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୬୨ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ। ସଙ୍ଗରୋଧରୁ ୧୬୮ ଓ ସ୍ଥାନୀୟ ଅଞ୍ଚଳରୁ

୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵରରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୧, ବୈ।ଦ୍ଧରୁ ୩, କଟକରୁ ୧୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୧୪, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୬, ନୂଆପଡ଼ାରୁ ୭, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଷ୍ଟେଟ ପୁଲରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ସକ୍ରିୟ ମାମଲା ୨ ହଜାର ୪୮୫କୁ ଖସି ଆସିଛି ।

Comments are closed.