ରାଜ୍ୟରେ ଆଜିଠାରୁ କୋଭିଡ ଟିକାକରଣ, ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ରାଜ୍ୟରେ କୋଭିଡ ଟିକାକରଣ ଆରମ୍ଭ ହେଉଛି । ରାଜ୍ୟର ୧୬୧ କେନ୍ଦ୍ରରେ ଟିକାକରଣ ହେବ । ଟିକାରରଣ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଡାକ୍ତର,ସ୍ୱାସ୍ଥ୍ୟକର୍ମୀଙ୍କ ସହ କଥା ହେବେ ।

ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ସହ ଯୋଡି ହେବେ । ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଫିଡବ୍ୟାକ୍ ନେବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ସାଢେ ୧୨ଟାରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟକର୍ମୀଙ୍କ ସହ କଥା ହେବା କାର୍ଯ୍ୟକ୍ରମ ରହିଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.