ସମ୍ବଲପୁର ଗସ୍ତରେ ସିଏସ ଓ ୫-ଟି ସଚିବ

ସମ୍ବଲପୁର – ପଶ୍ଚିମ ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ଲାଗି ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ । ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ବି ସମୀକ୍ଷା କରିବେ ଦୁଇ ସଚିବ ।

ସୂଚନା ଅନୁଯାୟୀ, ପ୍ରଥମେ ଭିସୁଟ ଯାଇ ଏହାର ରୂପାନ୍ତରଣ ସମ୍ପର୍କରେ ଅନୁଧ୍ୟାନ କରିବେ । ପରେ ସମନ୍ୱିତ ଭିତ୍ତିଭୂମି କମ୍ପ୍ଲେକ୍ସ ଓ ଲେଡି ଲୁଇସ ସ୍କୁଲ୍ ରୂପାନ୍ତରଣ ବୁଲି ଦେଖିବେ ସିଏସ ଓ ୫-ଟି ସଚିବ । ଏହାପରେ ସମଲେଶ୍ବରୀ ମନ୍ଦିର ଯାଇ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବେ । ଆସନ୍ତାବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂସ୍ଥଳୀ, ସୁଇମିଂ ପୁଲ ଓ ମନ୍ଦିର ଚାରିପାଖକୁ ସୌନ୍ଦର୍ଯ୍ୟକରଣ କରାଯାଉଛି।

Comments are closed.