କାମାକ୍ଷାନଗର ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଆଜି ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.