ମୁଖ୍ୟମନ୍ତ୍ରୀଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ, ୪ କୋଟି ଓଡ଼ିଆଙ୍କୁ ଉତ୍ସର୍ଗ କଲେ ସମ୍ମାନ

ଭୁବନେଶ୍ବର – ଜୀବନବ୍ୟାପୀ ସାଧନା ସମ୍ମାନ ପାଇଁ ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା କରିବାକୁ ସ୍ୱତନ୍ତ୍ର ଆୟୋଜନ କରିଛି ବିଜେଡି।

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ, ବିଜେଡି ବିଧାୟକ ଓ ସାଂସଦଙ୍କ ସମେତ ହଜାର ହଜାର ବିଜେଡି କର୍ମୀ ଭୁବନେଶ୍ବରରେ ଉପସ୍ଥିତ ଥିଲେ।

୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କ ପ୍ରଚାର ପାଇଁ ଯେଉଁ ବସର ବ୍ୟବସ୍ଥା କରାଯାଇଥିଲା ସେହି ବସରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ନବୀନ ନିବାସ ଯାଏଁ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ, ସମ୍ବର୍ଦ୍ଧନା ପାଇଁ ସାରା ରାଜ୍ୟରୁ ୫୦ ହଜାର ଲୋକ ରାଜଧାନୀରେ ଏକଜୁଟ ହୋଇଥିଲେ । ଏତେ ବର୍ଷାରେ ଆସିଥିବାରୁ ସମସ୍ତଙ୍କୁ ବହୁତ ବହୁତ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ସମ୍ମାନ ସାଢେ ୪ କୋଟି ଓଡ଼ିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତଙ୍କୁ ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.