ଅବପାତର ରୂପ ନେବ ଲଘୁଚାପ, ଆଜି ବି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ଢେଙ୍କାନାଳ, ସୋନପୁର, ବରଗଡ଼ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏହି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଶନିବାର ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ବଲାଙ୍ଗୀର, କୋରାପୁଟ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି।

ପାଣିପା‌ଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବା ସହ ସେହି ଅଞ୍ଚଳରେ ରହିଛି। ଏହା ଅଧିକ ଘନୀଭୂତ ହେବ ଓ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ ଅବପାତ ରୂପରେ ରହିବ। ଅବପାତଟି ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବ। ଫଳରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ।

Comments are closed.