ଆଜି ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ବର -ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଜାରି ହୋଇଛି। ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ ଅବପାତର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.