ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଜଗତ ସହ ନାରୀ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।

Comments are closed.