କରୋନା ଅପଡେଟ୍: ଭାରତରେ ୨,୪୬୮ ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨,୪୬୮ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୬,୦୧,୯୩୪କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୩୩,୩୧୮କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ବୁଧବାର ଏହି ସୂଚନା ଦେଇଛି।

ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସକାଳ ୮ ଟା ସୁଦ୍ଧା ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ ଦେଶରେ ଆଉ ୧୭ କୋଭିଡ୍ ରୋଗୀ ପ୍ରାଣ ହରାଇଛନ୍ତି । ଏଥିସହ ଭାରତରେ ମୋଟ କୋଭିଡ୍ ମୃତ୍ୟୁ ୫,୨୮,୭୩୩କୁ ବୃଦ୍ଧି ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୩୩,୩୧୮କୁ ହ୍ରାସ ପାଇଛି, ଯାହା ମୋଟ ମାମଲାର ୦.୦୭ ପ୍ରତିଶତ । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୨୮୦ ହ୍ରାସ ପାଇଛି। ରୋଗୀଙ୍କ ଜାତୀୟ ସୁସ୍ଥତା ହାର ୯୮.୭୪ ପ୍ରତିଶତକୁ ବୃଦ୍ଧି ପାଇଛି।

ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ, ଦୈନିକ ସଂକ୍ରମଣ ହାର ୧.୩୨ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୩୨ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୪,୪୦,୩୯,୮୮୩ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି ଏବଂ କୋଭିଡ-୧୯ ରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ରେକର୍ଡ କରାଯାଇଛି।

ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୮.୮୩ କୋଟି ଡୋଜ୍ ଟିକା ଦିଆଯାଇଛି।

Comments are closed.