ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ଧାମନଗର – ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଏଥିସହ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୫ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅକ୍ଟୋବର ୧୭ । ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ ହେବ ଓ ୬ ତାରିଖରେ ହେବ ଭୋଟ ଗଣତି ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୯ରେ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ପରେ ଧାମନଗର ଆସନ ଖାଲି ପଡ଼ିଛି । ନଭେମ୍ବର ୩ରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ।

Comments are closed.