ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର

ଭୁବନେଶ୍ୱର –ଓଡ଼ିଶୀ ନୃତ୍ୟାଙ୍ଗନା ତଥା ବିଶିଷ୍ଟ ଓଡ଼ିଶୀ ନୃତ୍ୟୁଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ଓଡ଼ିଶୀ ନୃତ୍ୟକୁ ସମୃଦ୍ଧ କରିବାରେ ଲକ୍ଷ୍ମୀପ୍ରିୟ ମହାପାତ୍ର ଓ ତାଙ୍କ ପରିବାରର ଅବାଦନ ଅତୁଳନୀୟ ଓ ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଲକ୍ଷ୍ମୀପ୍ରିୟାଙ୍କ ଅନ୍ତିମ ସଂସ୍କାର ଆଜି ପୁରୀ ସ୍ୱର୍ଗଦ୍ୱାରରେ କରାଯିବ ।

Comments are closed.