ରାଜଧାନୀରେ ଆଇବିଏମର ଡେଭଲପମେଣ୍ଟ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ରାଜଧାନୀର ଟେକ୍ ଜିଆଣ୍ଟ ଆଇବିଏମର ଡେଭଲପମେଣ୍ଟ ସେଣ୍ଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚନ୍ଦକା ଶିଳ୍ପାଞ୍ଚଳରେ ନିର୍ମାଣ ହୋଇଛି ଆଇବିଏମର ଭୁବନେଶ୍ୱର କାର୍ଯ୍ୟାଳୟ । ଦେଶର ପୂର୍ବ ଭାଗରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମର ଏହା ପ୍ରଥମ ଶାଖା କାର୍ଯ୍ୟାଳୟ । କାର୍ଯ୍ୟାଳୟ ଉଦଘାଟନ ସମୟରେ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଆଇଟି ସଚିବ ମନୋଜ କୁମାର ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।
ମେକ୍ ଇନ୍ ଓଡ଼ିଶା ଉପକ୍ରମ କ୍ରମରେ ଆଇବିଏମ୍ ଓଡ଼ିଶା ଆସିଛି । ସେପ୍ଟେମ୍ବର ମାସରେ ଆଇବିଏମ୍ ଓଡ଼ିଶାରେ ତା’ର କାର୍ଯ୍ୟାଳୟ ଖୋଲିବା ପାଇଁ ଘୋଷଣା କରିଥିଲା । ଘୋଷଣାର ମାତ୍ର ମାସକ ପରେ ଓଡ଼ିଶାରେ ଆଇବିଏମ୍ ତା’ର କାର୍ଯ୍ୟାଳୟ ଖୋଲିଛି । ଓଡ଼ିଶା ସରକାରଙ୍କ ଶିଳ୍ପନୀତିକୁ ଏଥିପାଇଁ ପ୍ରଶଂସା କରାଯାଉଛି ।

Comments are closed.