ଅରୁଣାଚଳ ପ୍ରଦେଶରେ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ:ଅରୁଣାଚଳ ପ୍ରଦେଶରେ ଏକ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସକାଳ ୧୦.୪୩ ରେ ଚପରଟି ଦୁର୍ଘଟଣାଗ୍ରସ୍ତ ହୋଇଛି | ଏହା ଏକ ଆଡଭାନ୍ସଡ୍ ଲାଇଟ୍ ହେଲିକପ୍ଟର ଥିଲା |

ଖବର ଅନୁଯାୟୀ ମିଗିଙ୍ଗ ଗାଁରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଏକ ଦୁର୍ଗମ ପାହାଡ଼ିଆ ଅଞ୍ଚଳ ହୋଇଥିବାରୁ ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପାଇଁ ରାସ୍ତା ନାହିଁ। ସେନା ପକ୍ଷରୁ କୁହାଯାଇଛି ଯେ ଦୁର୍ଘଟଣାସ୍ଥଳକୁ ଉଦ୍ଧାରକାରୀ ଦଳ ପଠାଯାଇଛି ।

Comments are closed.