ଧାମନଗର ଗଣତି ଆରମ୍ଭ 

ଭଦ୍ରକ – ଧାମନଗର ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ସହ ଭୋଟ ଗଣତି ଆରମ୍ଭ ହୋଇଛି । ଗଣତି ପାଇଁ ମୋଟ ୧୪ଟି ଟେବୁଲ କରାଯାଇଛି। ମୋଟ ୧୮ ରାଉଣ୍ଡରେ ଗଣତି ହେବ। ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି। ଉପନିର୍ବାଚନରେ ଦିବଂଗତ ନେତା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଓ କଂଗ୍ରେସ ପ୍ରାର୍ଥୀ ବାବା ହରେକୃ‌ଷ୍ଣ ସେଠୀଙ୍କ ଭିତରୁ କିଏ ବିଜୟୀ ହେଉଛନ୍ତି, ତାହା ଜାଣିବାକୁ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।

Comments are closed.