ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟରେ କମିବ ଥଣ୍ଡା, ୧୦ରେ ଦକ୍ଷିଣ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ପ୍ରଭାବରେ ରାଜ୍ୟରେ ଥଣ୍ଡା କମିବ।ବାତ୍ୟା ଯୋଗୁଁ ରାଜ୍ୟକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଫଳରେ ତାପମାତ୍ରା ବୃଦ୍ଧି ପାଇ ଶୀତ କମିବ। ଅନ୍ୟପଟେ ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। ମାତ୍ର ବାତ୍ୟାର ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୦ ତାରିଖ ଦିନ ଏହି ସବୁ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୩ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାର ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାତ୍ରି ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ।

Comments are closed.