ବିଜେଡିକୁ ଜିତାଇଥିବାରୁ ପଦମପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ , ବିରୋଧୀଙ୍କ ନକାରାତ୍ମକ ଆଭିମୁଖ୍ୟକୁ କଡ଼ା ସମାଲୋଚନା 

ଭୁବନେଶ୍ୱର – ପଦ୍ମପୁର ଉପନିର୍ବାଚନରେ ବିଜେଡି ର ବିପୁଳ ବିଜୟ ପରେ ସମସ୍ତଙ୍କୁ ମୋର ଜୁହାର ଜଣାଇ ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଆଉ କାହାର ବିଜୟ ନୁହେଁ। ଏହା ପଦମପୁରବାସୀଙ୍କ ବିଜୟ ବୋଲି ନବୀନ କହିଛନ୍ତି।

ଏଥିପାଇଁ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ଆପଣମାନେ ବହୁତ ବ୍ୟବସ୍ଥିତ ଓ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନାଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ହେଲେ ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ବୋଲି କିଛି ଲୋକ ତାଙ୍କୁ ପଚାରିଥିବା ନବୀନ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ତାଙ୍କୁ ଦୁଃଖ ଦେଇଥିଲା ।

ଏହା କେବଳ ତାଙ୍କ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା ।

ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେଥିପାଇଁ ସେ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ବୋଲି ସେ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ବିରୋଧୀ ଦଳକୁ ତଥା ରାଜ୍ୟର ବିଜେପି ନେତୃମଣ୍ଡଳୀଙ୍କୁ ନମ୍ରତାର ସହ ଜଣାଇଛନ୍ତି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ କେବେ ବି ସମର୍ଥନ କରିବେ ନାହିଁ ।

ବିରୋଧୀଙ୍କ ନକାରାତ୍ମକ ଆଭିମୁଖ୍ୟକୁ କଡ଼ା ସମାଲୋଚନା କରି ନବୀନ କହିଛନ୍ତି ଯେ କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ । ଏହା ଅତି ଦୁର୍ଭାଗ୍ୟପୂର୍ଣ୍ଣ । ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ପଦମପୁରବାସୀଙ୍କ ପାଖରେ ସେ ଋଣୀ ବୋଲି ବିନମ୍ରତାର କହିବା ସହ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ବହୁତ ଶୀଘ୍ର ପଦମପୁରକୁ ଯାଇ ଆଶୀର୍ବାଦ ନେବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.