ସଂସଦରେ ମହିଳା ସଂରକ୍ଷଣ ବିଲ୍ ଗୃହୀତ କରିବା ପାଇଁ ଦାବି ଉଠାଇଲା ବିଜେଡି

ନୂଆଦିଲ୍ଲୀ – ସଂସଦରେ ମହିଳା ସଂରକ୍ଷଣ ବିଲ ଗୃହୀତ କରିବାକୁ ରାଜ୍ୟସଭାରେ ଦାବି ଉଠାଇଲେ ବିଜେଡି ସଦସ୍ୟ ଡକ୍ଟର ସସ୍ମିତ ପାତ୍ର । ବିଲ୍ ଗୃହୀତ ହେଲେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ହେବ ବୋଲି ସେ କହିଛନ୍ତି । ଭାରତ ସ୍ବାଧୀନତାର ଅମୃତ ମହୋତ୍ସବ ପାଳୁଥିବା ବେଳେ ଏହି ପ୍ରସ୍ତାବ ଗୃହୀତ କରିବା ପାଇଁ ଏକ ବଡ଼ ସୁଯୋଗ ରହିଛି । ମହିଳା ସଂରକ୍ଷଣ ବିଲ୍ ଗୃହୀତ କରି ବିଶ୍ବରେ ଭାରତ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିବ ବୋଲି ସସ୍ମିତ ଗୃହରେ କହିଥିଲେ।

ଏହି ବିଲ୍ ୬୬କୋଟି ମହିଳାଙ୍କ ସଶକ୍ତିକରଣରେ ଇତିହାସ ସୃଷ୍ଟି କରିବ । ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ କଲେ ମହିଳାଙ୍କୁ ନେତୃତ୍ବ ଦେବା କ୍ଷେତ୍ରରେ ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିବା । ଦୀର୍ଘ ବର୍ଷ ହେଲା ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସଂରକ୍ଷଣ ବିଲ ସଂସଦରେ ପାରିତ କରିବାକୁ ଦାବି କରିଆସୁଛନ୍ତି । ୨୦୧୮ରେ ବିଜେଡି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳ ୨୨ଟି ରାଜନୈତିକ ଦଳକୁ ଭେଟି ଏହି ବିଲ୍ କୁ ସମର୍ଥନ କରିବା ପାଇଁ ଅପିଲ କରିଥିଲେ । ୨୦୧୯ ଲୋକସଭା ନିର୍ବାଚନରେ ବିଜେଡି ପକ୍ଷରୁ ୩୩ ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରାଯାଇଥିଲା ।

Comments are closed.