ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର – ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ । ପ୍ରଥମ ଦିନ କେବଳ ବିଜ୍ଞାନ ବିଷୟରେ ପରୀକ୍ଷା ହେବାକୁ ଥିବାବେଳେ ଦୁଇ ତାରିଖରୁ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଚାଲିବ ।

Comments are closed.