ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ପାଇଁ ୫ ପରାମର୍ଶଦାତା ନିଯୁକ୍ତ କଲେ ରାଜ୍ୟ ସରକାର 

ଭୁବନେଶ୍ବର – ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ପାଇଁ ୫ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି ।

କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବିଏସକେୱାଇ, ଏମକେସିଜି ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।

କଟକର ଶ୍ରୀରାମ ଚନ୍ଦ୍ର ଭଂଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତ ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର। ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି। ତେବେ ରାଜ୍ୟ ସରକାର ନିର୍ଦ୍ଧାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ।

Comments are closed.