ପୁରୁଷ ହକି ବିଶ୍ୱକପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାରବାଟୀରେ ଭବ୍ୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କଟକ – ଭବ୍ୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ବାରବାଟୀ ଷ୍ଟାଡିୟମରେ ଉଦଘାଟିତ ହୋଇଛି ପୁରୁଷ ହକି ବିଶ୍ବକପ୍‌-୨୦୨୩ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ହକି ବିଶ୍ବକପ୍‌କୁ ଉଦ୍‌ଘାଟନ କରିଛନ୍ତି। ଲଗାତର ଦ୍ୱିତୀୟ ଥର ପାଇଁ ଭୁବନେଶ୍ବରରେ ଆୟୋଜିତ ହେଉଛି ପୁରୁଷ ହକି ବିଶ୍ୱକପ । ବିଶ୍ୱ ହକି ମହାକୁମ୍ଭ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପୁରୁଷ ହକି ବିଶ୍ବକପ୍‌ର ଆୟୋଜନ କରୁଛି। ଆତିଥ୍ୟ ପ୍ରଦାନରେ ଓଡ଼ିଶାର ନାମ ରହିଛି। ଓଡ଼ି‌ଶାରେ ହକି ବିଶ୍ବକପ୍‌ର ଆୟୋଜନ ହେଉଥିବାରୁ ସେ ବହୁତ ଖୁସି ଅନୁଭବ କରୁଛି। କଟକରେ ହକି ବିଶ୍ବକପର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସରକାର ସବୁ ପ୍ରକାରର ସମର୍ଥନ ଯୋଗାଇଥିବାରୁ ଧନ୍ୟବାଦ ଜଣାଉଛି।

ହଜାର ହଜାର ଦର୍ଶକଙ୍କ ଉପସ୍ଥିତିରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ କେନ୍ଦ୍ର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର, ଇଣ୍ଟରନ୍ୟାସନାଲ ଫେଡେରେସନ ଅଫ ହକି (ଏଫ୍‌ଆଇଏଚ୍‌) ସଭାପତି ତୟା ବିକ୍ରମ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ୫ଟି ସଚିବ ଭିକେ ପାଣ୍ଡିଆନ, କ୍ରୀଡା ସଚିବ ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ରହିଛନ୍ତି।

ଏତଦ୍‌ ବ୍ୟତୀତ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ଅଛନ୍ତି। ହକି ବିଶ୍ବକପର ମ୍ୟାଚଗୁଡ଼ିକ ଆସନ୍ତା ୧୩ ତାରିଖଠାରୁ ଆରମ୍ଭ ହେବ। ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡ଼ିୟମରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବାକୁ ଥିବା ବେଳେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍‌ ଜାନୁଆରୀ ୨୯ ତାରିଖରେ ହେବ।

Comments are closed.