ଭାରତ ଯୋଡ ଯାତ୍ରା ବେଳେ ହୃଦଘାତରେ କଂଗ୍ରେସ ସାଂସଦ ସନ୍ତୋଖ ସିଂ ଚୌଧୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସନ୍ତୋଖ ସିଂ ଚୌଧୁରୀଙ୍କ ପରଲୋକ ହୋଇଯାଇଛି । ଚୌଧୁରୀ ଆଜି ସକାଳେ ଭାରତ ଯୋଡ ଯାତ୍ରାରେ ଭାଗ ନେଇଥିଲେ। ରାହୁଲ ଗାନ୍ଧୀଙ୍କ ସହ ଚାଲୁଥିବା ବେଳେ ତାଙ୍କର ହୃଦଘାତ ହୋଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଭିର୍କ ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ | ଚୌଧୁରୀଙ୍କ ମୃତ୍ୟୁ ପରେ ଭାରତ ଯୋଡ ଯାତ୍ରାକୁ ବନ୍ଦ ରଖାଯାଇଛି। ଏହି ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଅଛି ।

ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ସମେତ ସମସ୍ତ ବଡ଼ ନେତା ସନ୍ତୋଖ ସିଂ ଚୌଧୁରୀଙ୍କ ଶେଷ ଦର୍ଶନ ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି।

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍, ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହ ବହୁ ନେତା ସାଂସଦ ସନ୍ତୋଖ ସିଂ ଚୌଧୁରୀଙ୍କ ଆକସ୍ମିକ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି।

ସନ୍ତୋଖ ସିଂ ଚୌଧୁରୀ ପଞ୍ଜାବର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଜଲନ୍ଧର ଲୋକସଭା ନିର୍ବାଚନମଣ୍ଡଳୀରୁ ସାଂସଦ ଥିଲେ। ସେ ଲଗାତର ଦୁଇଥର ୨୦୧୪ ଏବଂ ୨୦୧୯ ଲୋକସଭା ନିର୍ବାଚନରେ ଏହି ଆସନରୁ ନିର୍ବାଚିତ ହୋଇଥିଲେ ।

Comments are closed.