ପଶ୍ଚିମ ଓଡ଼ିଶାର ତିନି ଜିଲ୍ଲାରେ ୩୦୮୧ କୋଟିର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିଜୁ ଏକ୍ସପ୍ରେସ ୱେ ଲୋକାର୍ପିତ

ଭୁବନେଶ୍ୱର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ୲ ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି ୲ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି ୲ ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ୲ ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁ ଙ୍କ ଜୟନ୍ତୀ ଅବସରରେ ବରଗଡ ନୁଆପଡା ଓ କଳାହାଣ୍ଡି ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି ୲

ଏହି ଅବସରରେ ଆୟୋଜିତ ସମାବେଶ ମାନଙ୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଏକ୍ସପ୍ରେସ ଓ୍ଵେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା ୲ ଏହି ଏକ୍ସପ୍ରେସ way କେବଳ ଏ ଅଞ୍ଚଳ ନୂହେଁ ସାରା ଓଡ଼ିଶା ପାଇଁ ବିକାଶ ର ନୂଆ ଇତିହାସ
ଲେଖିବ. ବିଜୁ ଏକ୍ସପ୍ରେସ ଓ୍ଵେ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ , ଚାଷୀ ପାଇଁ ବଜାର ସୁବିଧା ମିଳିବ ୲ ଛାତ୍ରଛାତ୍ରୀମାନଙ୍କ ପାଠପଢା ପାଇଁ ସୁବିଧା, ବ୍ୟବସାୟୀ ମାନଙ୍କୁ ସୁବିଧା, ସ୍ୱାସ୍ଥ୍ୟ ସେବାରେ ଆହୁରି ଉନ୍ନତି ଆସିବ ,ସାଧାରଣ ଲୋକ ମଧ୍ୟ ସୁବିଧାରେ ଯାତାୟତ ରୂପାନ୍ତର କାମ କୁ ମଜଭୁତ କରିବ ।

ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସର ଦୁଇପାଖେ ବିଜୁ ଅର୍ଥନୈତିକ କରିଡର ହେବାଦ୍ଵାରା ପୁଞ୍ଜି ବିନିଯୋଗ ବଢିବ ଏବଂ ନୂଆ ନୂଆ ଶିଳ୍ପ ଗଢି ଉଠିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ୲

ସେ କଥା ନୂହେଁ କାମ ରେ ବିଶ୍ବାସ କରନ୍ତି ବୋଲି ତାଙ୍କ ଉକ୍ତି କୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ଅର୍ଥନୈତିକ କରିଡରକୁ ପୁଞ୍ଜିପତିମାନଙ୍କୁ ଆକର୍ଷଣ କରିବା ପାଇଁ ପ୍ରୋତ୍ସାହନ ଭାବରେ ଅତିରିକ୍ତ ୩୦ ପ୍ରତିଶତ ରିହାତି ନିବିଶେକମାନଙ୍କୁ ମିଳିବ ।

ଶିଳ୍ପ ବିକାଶ କାର୍ଯ୍ୟ ତ୍ଵରାନିତ କରିବା ପାଇଁ ଆଗୁଆ ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ୲ ବିଜୁ ଅର୍ଥନୈତିକ କରିଡର ଦ୍ଵାରା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ ୲ ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ ୲ ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ।

ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି।
ସମ୍ବଲପୁର- ରାଉଲକେଲା ରାସ୍ତା ବିଜୁବାବୁଙ୍କ ପରିକଳ୍ପନା ଥିଲା । L&T ରାସ୍ତାଭାବେ ପରିଚିତ ଏହି ରାସ୍ତାର ଆରମ୍ଭ ସ୍ଵର୍ଗତ ବିଜୁବାବୁ ୧୯୯୩ ମସିହାରେ ଆରମ୍ଭ କରିଥିଲେ ୲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶା ମାଟି ଓ ଏ ମାଟିର ମଣିଷର ସ୍ଵପ୍ନ ସହ ବିଜୁବାବୁ ସବୁବେଳେ ଯୋଡିହୋଇ ରହିଥିଲେ ବୋଲି ମତ ଦେଇ ତାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲ ୲
ଏହି ସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ , ତଥା ବିଧାୟକ ମାନେ ଉପସ୍ଥିତ ଥିଲେ।

Comments are closed.