ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି। ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।

ବୈଠକରେ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃ ନିଯୁକ୍ତି, ମୟୂରଭଂଜରେ ଗୋଶାଳାକୁ ମାଗଣା ଜମି ପ୍ରଦାନ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।

Comments are closed.