ଓଡ଼ିଆ ଖାଦ୍ୟର ନିଆରା ସମ୍ଭାର ମଧ୍ୟରେ ପଖାଳ ଅନ୍ୟତମ: ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ଆଜି ପାଳନ କରାଯାଉଛି ପଖାଳ ଦିବସ। ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଖାଦ୍ୟର ନିଆରା ସମ୍ଭାର ମଧ୍ୟରେ ପଖାଳ ଅନ୍ୟତମ। ଏହା ଆମ ଖାଦ୍ୟର ବିବିଧତା ମଧ୍ୟରେ ସ୍ୱତନ୍ତ୍ର। ପଖାଳ ଦିବସରେ ସମସ୍ତଙ୍କୁ ସେ ଶୁଭେଚ୍ଛା ଜଣାଇବା ସହ ଓଡ଼ିଆ ଖାଦ୍ୟର ପ୍ରସାର ଦିଗରେ ସମସ୍ତଙ୍କ ନିଷ୍ଠାପର ଓ ସମ୍ମିଳିତ ଉଦ୍ୟମ ପାଇଁ ଆହ୍ୱାନ ଜଣାଇଛନ୍ତି।

Comments are closed.