ପୁଣି ପଶ୍ଚିମାଝଡ : ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷିବ

ଭୁବନେଶ୍ବର – ଓଡ଼ିଶା ଉପରେ ପୁଣି ପଶ୍ଚିମା ଝଡ଼ର ପ୍ରଭାବ ପଡିବ । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ସମଗ୍ର ଉପକୂଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୪୦କିମି ରହିବ। ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଆବଶ୍ୟକ ପ୍ରସ୍ତୁତି କରିବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.