ଆଉ ଏକ ପଶ୍ଚିମାଝଡ ସକ୍ରିୟ, ୭ ତାରିଖ ଯାଏଁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର – ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ ସକ୍ରିୟ । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ପାଇଁ ରାଜ୍ୟର ୧୩ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଅଧିକାଂଶ ସ୍ଥାନରେ କୁଆପଥର ପଡିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।

Comments are closed.