ରାଜ୍ୟରେ ଆଉ ୨୬୮ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୮ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ସକ୍ରିୟ କୋଭିଡ ମାମଲା ୧ ହଜାର ୬୭୦କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୦୩ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। କୋଭିଡ ମାମଲାରେ ବୃଦ୍ଧି ଯୋଗୁଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି । ପୂର୍ବ ଭଳି କୋଭିଡ ନିୟମ ମାନିବା ସହ ଲକ୍ଷଣ ଦେଖାଗଲେ ତୁରନ୍ତ ଟେଷ୍ଟ କରିବାକୁ କହିଛି । କୋଭିଡ ମାମଲା ବଢିବା ଯୋଗୁଁ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

Comments are closed.