ପ୍ରାର୍ଥୀପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ବର – ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ କର୍ମୀଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଦୀପାଳି। ପ୍ରଥମେ ଦୀପାଳି ଝାରସୁଗୁଡ଼ା ସୁନାରୀମୁଣ୍ଡାଠାରେ ଥିବା ପାଟଣେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହାପରେ ମନମୋହନ ସ୍କୁଲ ପଡ଼ିଆଠାରୁ ଶୋଭାଯାତ୍ରାରେ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନରେ ଉପନିର୍ବାଚନ ହେଉଛି । ନବ ଦାସଙ୍କ ଝିଅ ବିଜେଡି ପ୍ରାର୍ଥୀ ଭାବେ ରାଜନୀତିର ମଇଦାନକୁ ଓହ୍ଲାଇଛନ୍ତି। ସେପଟେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରିଛି। ପାଣ୍ଡେ ଓ ତ୍ରିପାଠୀ ମଧ୍ୟ ପ୍ରଥମ ଥର ପାଇଁ ନିର୍ବାଚନ ଲଢୁଛନ୍ତି। ଉଭୟେ ପୂର୍ବରୁ ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି।

Comments are closed.