ପ୍ରଖର ଗ୍ରୀଷ୍ମ ପ୍ରବାହ ଯୋଗୁଁ ସବୁ ସ୍କୁଲ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର – ରାଜ୍ୟରେ ପ୍ରଖର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ସବୁ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ପ୍ରଚଣ୍ଡ ରୌଦ୍ରତାପ ଦୃଷ୍ଟିରୁ ରାଜ୍ୟ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ ।

Comments are closed.