ତାତିରୁ ମିଳିବ ଆଶ୍ୱସ୍ତି, ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର – ପ୍ରଖର ଗ୍ରୀଷ୍ମ ପ୍ରବାହରୁ ରାଜ୍ୟବାସୀଙ୍କୁ ଆଜି ଆଶ୍ୱସ୍ତି ମିଳିବା ସମ୍ଭାବନା ରହିଛି । ଆଜିଠୁ ପାଗ ବଦଳି ଖରାର ତାତି କମିବ । ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ଅସହ୍ୟ ତାତିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୩ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ୨୪ ଘଣ୍ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ଜାରି ପୂର୍ବ ଚେତାବନୀକୁ ପାଣିପାଗ ବିଭାଗ ହଟାଇ ଦେଇଛି ।

Comments are closed.