ମେ’ ଦ୍ୱିତୀୟ ସପ୍ତାହରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର- ମେ’ ମାସ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମେ’ ମାସ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । କିନ୍ତୁ ବର୍ତ୍ତମାନର ଆକଳନ ଅନୁସାରେ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବ ନାହିଁ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ଏଥର ମେ’ ମାସରେ ତାପମାତ୍ରା ଅଧିକ ହୋଇପାରେ। ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି । କେବଳ ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ବାତ୍ୟା ହେବ କି ନାହିଁ ସ୍ପଷ୍ଟ ହୋଇନି ବୋଲି ଆଇଏମଡି ଡିଜି କହିଛନ୍ତି । ଯଦି ବାତ୍ୟା ହେବ ଓଡ଼ିଶା ଉପରେ ପ୍ରଭାବ ରହିବ ନାହିଁ ବୋଲି ସେ କହିଛନ୍ତି।

Comments are closed.