ବାତ୍ୟା ଆଶଙ୍କା ମଧ୍ୟରେ କାଳବୈଶାଖୀ ପ୍ରଭାବ , ଆଜି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ମଧ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି । କାଳବୈଶାଖୀ ବର୍ଷା ନେଇ ଆଜି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, କନ୍ଧମାଳ, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲିଠାରୁ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବ । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Comments are closed.