ରାଜ୍ୟର ସବୁ ଶୈବପୀଠରେ ନିଷେଧ ହେବ ଗଞ୍ଜେଇ : ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର- ରାଜ୍ୟର ସମସ୍ତ ଶୈବପୀଠରେ ଗଞ୍ଜେଇ ବ୍ୟବହାର ନିଷେଧ ହେବ। ଶୈବପୀଠରେ ଗଞ୍ଜେଇ ନିଷେଧ କରିବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଚିଠି ଲେଖିଛି । ଶୈବ ପୀଠମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି। ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି ।

Comments are closed.