କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ନାରାୟଣପାଟଣାର ୨୧ ଆଦିବାସୀ ପରିବାରପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ୩୦ ହଜାର ଟଙ୍କା ସହାୟତା

ଭୁବନେଶ୍ୱର: ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି। ସେମାନଙ୍କ ଘରର ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୬ ଲକ୍ଷ ୩୦ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ପ୍ରତି କ୍ଷତିଗ୍ରସ୍ତ ପରିବାର ୩୦,୦୦୦ ଟଙ୍କା ଲେଖାଏ ସହାୟତା ପାଇବେ ।

Comments are closed.