ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ଟି.ଆଇ ଚାରି ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର – ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତ ହୋଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ ମାସ ଦରମାରେ ନଗଦ ଆକାରରେ ମିଳିବ । ଏଥିସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ ମାସରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ବାରା ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

Comments are closed.